ଓଡ଼ିଶାର ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ । ରାତି ୧୦ରୁ ସକାଳ ୫ ଯାଏଁ ଲାଗିବ କଟକଣା ।

1,038

କନକ ବ୍ୟୁରୋ : ଓଡ଼ିଶାର ୧୦ଟି ଜିଲ୍ଲାରେ ଲାଗୁ ହୋଇଛି ନାଇଟ୍ କର୍ଫ୍ୟୁ । କରୋନା ସଂକ୍ରମଣ ଦିନକୁ ଦିନ ପୁଣି ବଢୁଥିବା ବେଳେ ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ଏହି ଜିଲ୍ଲା ଗୁଡିକ ମଧ୍ୟରେ ରହିଛି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ ହୋଇଛି ।

ତେବେ ଆସନ୍ତା ୫ ତାରିଖ ଅର୍ଥାତ ସୋମବାର ଠାରୁ ଏହି କଟକଣା ଲାଗିବ । ରାତି ୧୦ଟାରୁ ସକାଳ ୫ଟା ଯାଏଁ ବଳବତ୍ତର ରହିବ ନାଇଟ୍ କର୍ଫ୍ୟୁ କଟକଣା । ଏହି ସମୟରେ ଅତ୍ୟାବଶ୍ୟକ ସେବାକୁ ଛାଡିଦେଲେ ଅନ୍ୟ ସବୁ କିଛି ବନ୍ଦ ରହିବ ।

Comments are closed.