ପଦ ହରାଇବେ ନିମାପଡା ଏନଏସି ଅଧ୍ୟକ୍ଷା! ଅନାସ୍ଥା ଭୋଟରେ ବିପକ୍ଷରେ ପଡିଲା ଭୋଟ

ପଦ ହରାଇବେ ନିମାପଡା ଏନଏସି ଅଧ୍ୟକ୍ଷା! ଅନାସ୍ଥା ଭୋଟରେ ବିପକ୍ଷରେ ପଡିଲା ଭୋଟ

କନକ ବ୍ୟୁରୋ: ପଦ ହରାଇବେ ଏନଏସି ଅଧ୍ୟକ୍ଷା! ନିମାପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୁଦ୍ଧରେ ପଡ଼ିଲା ଅନାସ୍ଥା ଭୋଟ୍। କିଛିଦିନ ତଳେ ୮ ଜଣ କାଉନସିଲର ଅନାସ୍ଥା ପ୍ରସ୍ତାବ ପାଇଁ ପୁରୀ ଜିଲ୍ଲାପାଳ ଦ୍ୱାରସ୍ଥ ହୋଇଥିଲେ। ସେଠାରେ ଅନାସ୍ଥା ପ୍ରସ୍ତାବକୁ ଜିଲ୍ଲାପାଳ ଗ୍ରହଣ କରିଥିଲେ। ଏହାପରେ ଆଜି ଭୋଟ୍ ପଡ଼ିଛି। କିଛିଦିନ ତଳେ ଅଧ୍ୟକ୍ଷା ତାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ କହିଥିଲେ ଯେ ତାଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କରାଯାଇଛି। ଏବେର ବିଜେପି ନେତା ତଥା ପୂର୍ବତନ ବିଜେଡି ନେତା ସମୀର ଦାସ ତାଙ୍କ ବିରୋଧରେ ଷଡଯନ୍ତ୍ର କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe