ଝାରସୁଗୁଡାରେ ବେଙ୍ଗାଲୁରର ନିମହାନ୍ସ ଟିମ୍ : ଅଭିଯୁକ୍ତ ଗୋପାଳର ମାନସିକ ସ୍ଥିତିର କରାଯିବ ଯାଞ୍ଚ

117

କନକ ବ୍ୟୁରୋ : ଝାରୁସୁଗୁଡାରେ ପହଞ୍ଚିଲା ନିମହାନ୍ସ ଟିମ୍ । ନବ ଦାସ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ ଦାସଙ୍କର ମାନସିକ ପରୀକ୍ଷା କରିବ ବେଙ୍ଗାଲୁରୁରୁ ଆସିଥିବା ଏହି ଟିମ୍ । ଏହା ପୂର୍ବରୁ ଏସସିବି ମେଡିକାଲର ମନସ୍ତତ୍ୱବିତ୍ ଟିମ୍ ମଧ୍ୟ ଗୋପାଳ ଦାସଙ୍କ ମାନସିକ ପରୀକ୍ଷା କରିଛନ୍ତି । ଆଜି କ୍ରାଇମସ୍ପଟକୁ କ୍ରାଇମବ୍ରାଞ୍ଚ ଗୋପାଳଙ୍କୁ ନେଇ ସିନ୍ ରିକ୍ରିଏସନ କରିପାରୋ ଏହି ସମୟରେ ଗୁଜରାଟ ଗାନ୍ଧୀନଗରରୁ ଆସିଥିବା ଏକ ଫରେନସିକ୍ ଟିମ୍ ଘଟଣାସ୍ଥଳରେ ଉପସ୍ଥିତ ରହିବେ ବୋଲି ସୂଚନା ରହିଛି । ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡରେ ତଦନ୍ତକାରୀ ଟିମ୍ ଗୋପାଳଙ୍କୁ ମାରାଥନ ଜେରା କରୁଛି ।

ଅଭିଯୁକ୍ତ ଗୋପାଳକୁ ରଖା ଯାଇଥିବା ଓଏସ୍ଏପି ଦ୍ୱିତୀୟ ବାଟାଲିୟନ ପରିସରକୁ ପୁଲିସ ଜଗି ରହିଥିବା ବେଳେ ଭିତରକୁ କାହାକୁ ଛଡ଼ା ଯାଉନାହିଁ । ରାତି ୧୨ଟାରେ ପୁଲିସ ଫୋର୍ସ ସହିତ ଗୋପାଳକୁ ଓଏସ୍ଏପି ଦ୍ୱିତୀୟ ବାଟାଲିୟନ ପରିସରରୁ ବାହାର କରି ନିକଟସ୍ଥ ତାଲପଟିଆ ଗାଁ ଭିତରେ ଥିବା ଏକ କ୍ଲବ୍ ଘରେ ରଖାଯାଉଥିବା ଜଣାଯାଇଛି । ସେଠାରେ ତାକୁ ଜେରା କରାଯାଉଥିବା ନେଇ କୁହାଯାଉଥିବା ବେଳେ ସକାଳ ହେବା ପୂର୍ବରୁ ପୁଣି କଡ଼ା ସୁରକ୍ଷାରେ ତାକୁ ନେଇ ଓଏସ୍ଏପି ଦ୍ୱିତୀୟ ବାଟାଲିୟନରେ ଦିନ ତମାମ ରଖାଯାଉଛି । ଏହାର ଉଦ୍ଦେଶ୍ୟ ଜଣାପଡ଼ୁନଥିବା ବେଳେ କ୍ରାଇମବ୍ରାଞ୍ଚ ଅଧିକାରୀମାନେ ମଧ୍ୟ କିଛି କହୁନାହାନ୍ତି ।