କରୋନା ନେଲା ଆଉ ୯ଜୀବନ: ସମ୍ବଲପୁର ୪, କଟକ ୨ ଓ ଗଞ୍ଜାମ, ନୟାଗଡ, କେନ୍ଦୁଝରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୩ରେ ପହଞ୍ଚିଲା ।

149

କନକ ବ୍ୟୁରୋ: ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଂଟାରେ ରାଜ୍ୟରେ ସର୍ବାଧିକ ୨୪୯୬ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ୯ ଜଣଙ୍କର ମୃତ୍ୟୁ ଘଟିଛି । ଫଳରେ ରାଜ୍ୟରେ ମୋଟ କରୋନା ଜନିତ ସଂକ୍ରମିତଙ୍କ ସଂଖ୍ୟା ୫୭ ହଜାର ୧୨୬କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୩୩୩କୁ ବୃଦ୍ଧି ପାଇଛି ।

ଆଜି ରାଜ୍ୟରେ ୨୯ ଜିଲ୍ଲାରୁ ୨୪ ଶହ ୯୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯ ଜଣଙ୍କର ଜୀବନ ନେଇଛି କରୋନା ମହାମାରୀ । ତେବେ ଆଜି ମୃତ୍ୟୁ ବରଣ କରିଥିବା ୯ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ସଂମ୍ବଲପୁର ଜିଲ୍ଲାରୁ ୪, କଟକରୁ ୨, ନୟାଗଡ, କେନ୍ଦୁଝର ଏବଂ ଗଂଜାମରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସମ୍ବଲପୁରର ଯେଉଁ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି, ସେମାନଙ୍କ ଭିତରେ ୭୪ ଓ ୭୮ ବର୍ଷ ବୟସ୍କ ଦୁଇଜଣ ପୁରୁଷ ଓ ୫୦ ଏବଂ ୬୫ ବର୍ଷ ବୟସ୍କା ଦୁଇଜଣ ମହିଳା ଅଛନ୍ତି। କଟକର ଯେଉଁ ୨ ଜଣ କରୋନା ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି, ସେମାନଙ୍କ ଭତରେ ଜଣେ ୬୭ ବର୍ଷୀୟା ମହିଳା ଓ ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଥିବା ଜଣାଯାଇଛି। ଅପରପକ୍ଷରେ ଗଞ୍ଜାମ, ନୟାଗଡ଼, କେନ୍ଦୁଝରରୁ ଯେଉଁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି, ସେମାନେ ସମସ୍ତେ ପୁରୁଷ। ସେମାନଙ୍କ ବୟସ ଯଥାକ୍ରମେ ୫୩, ୭୫ ଓ ୫୮ ବର୍ଷ। ଏମାନଙ୍କର କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।