କନକ ବ୍ୟୁରୋ: ପଶୁସମ୍ପଦ ନିର୍ଦ୍ଦେଶାଳୟରେ ଭାଇ ଡାକିବା ମନା । ଏଭଳି ଏକ ନିର୍ଦ୍ଦେଶ ଆସିଛି ବିଭାଗରୁ । ସରକାରୀ ମର୍ଯ୍ୟାଦା ଭଙ୍ଗ ହେଉଥିବା ଦର୍ଶାଇ ଏଭଳି ନିର୍ଦ୍ଦେଶନାମା ଜାରି କରିଛନ୍ତି ପଶୁପାଳନ ନିର୍ଦ୍ଦେଶକ । ଏଥିରେ କୁହାଯାଇଛି, ବରିଷ୍ଠ ଅଧିକାରୀ ଉପସ୍ଥିତିରେ ବି ଅନେକ କର୍ମଚାରୀ ସେମାନଙ୍କ ଉପରିସ୍ଥ ଅଫିସରଙ୍କୁ ଭାଇ ଡାକୁଛନ୍ତି । ଅଫିସ ଭିତରେ ଏଭଳି ଭାଇ ଉଚ୍ଚାରଣ ଠିକ ହେଉନାହିଁ । ନିଜ ନିଜ ଭିତରେ ବ୍ୟକ୍ତିଗତ ସମ୍ପର୍କ ଥାଇପାରେ ।

Advertisment

publive-image

କିନ୍ତୁ ଅଫିସ ଭିତରେ ଏଭଳି ଭାଇ ଡାକ ଓଡିଶା ସରକାରଙ୍କ କର୍ମଚାରୀ ଆଚରଣ ବିଧି, ୧୯୫୯ର ଉଲ୍ଲଙ୍ଘନ କରୁଛି । ତେଣୁ ଅଫିସ ସମୟରେ ସବୁ କର୍ମଚାରୀ ସରକାରୀ ମର୍ଯ୍ୟାଦା ରକ୍ଷା କରିବା ପାଇଁ ଏଥିରେ ପରାମର୍ଶ ଦିଆଯାଇଛି । ଏହାର ଉଲ୍ଲଙ୍ଘନ ହେଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନିର୍ଦ୍ଦେଶନାମାରେ ଚେତାଇ କୁହାଯାଇିଛି । ୧୬ ତାରିଖରେ ନିର୍ଦ୍ଦେଶକ ଏଭଳି ନିର୍ଦ୍ଦେଶନାମା ଜାରି କରିଛନ୍ତି ।