କନକ ବ୍ୟୁରୋ: ୨୩ ରାତିରୁ ବର୍ଷା ଆରମ୍ଭ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ । ସେ କହିଛନ୍ତି ଓଡିଶା ଉପରେ ବାତ୍ୟାର ସିଧାସଳଖ ପ୍ରଭାବ ପଡିବ ନାହିଁ । ୨୩ ତାରିଖ ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ । ୨୫ ତାରିଖ ରାତିରୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜଗତସିଂହପୁର, କେନ୍ଦ୍ରାପଡାରେ ପ୍ରବଳ ବର୍ଷା ହେବ । ବାଲେଶ୍ୱର, ଭଦ୍ରକ,ପୁରୀ ଜିଲ୍ଲାରେ ବି ପ୍ରବଳ ବର୍ଷା ହେବ । ସେହିଭଳି ୨୬ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us