କନକ ବ୍ୟୁରୋ : ବର୍ତମାନ ରାଜ୍ୟରେ କୌଣସି ଅନ୍ତର୍ଜାତୀୟ ଜଳପଥ ବନ୍ଦର ନାହିଁ । ୧୪ଟି ସାମୁଦ୍ରିକ ବନ୍ଦର ପାଇଁ ସ୍ଥାନ ନିରୂପଣ ହୋଇଛି । ଏଥିରୁ ଧାମରା ଓ ଗୋପାଳପୁର ଠାରୁ ଦୁଇଟି ଅଣବୃହତ ବନ୍ଦର କାର୍ଯ୍ୟକ୍ଷମ ଅଛି । ସୁବର୍ଣ୍ଣରେଖା ଓ ଅସ୍ତରଙ୍ଗ ମୁହାଣରେ ବନ୍ଦର କାମ ଚାଲିଛି । ବାକି ୧୦ରୁ ବାଲେଶ୍ୱର ଜିଲ୍ଲାର ବିଚିତ୍ରପୁର, ଚାନ୍ଦିପୁର, ଇଞ୍ଚୁଡ଼ି, ଭଦ୍ରକ, ପୁରୀ ଓ ଗଞ୍ଜାମରେ ଅଣବୃହତ ବନ୍ଦର ନିର୍ମାଣ ହେବ । ସବୁ ସୁବ୍ୟବସ୍ଥିତ କରିବା ପାଇଁ ଆଇଆଇଟି ମାଡ୍ରାସ ସହ ୧୬କୋଟି ୮୫ଲକ୍ଷ ୪୦୦ ଟଙ୍କାର ଚୁକ୍ତି ହୋଇଛି ।
କେନ୍ଦ୍ରାପଡ଼ା ମହାକାଳପଡ଼ା ମହାନଦୀ ନିକଟରେ ନଦୀଭିତିକ ବନ୍ଦର ପାଇଁ ପ୍ରସ୍ତାବ ରହିଛି । ଯାହାର ସର୍ଭେ ପାଇ WAPCOS କୁ ୭୪କୋଟି ଦିଆଯାଇଛି । ସବୁ କାମ ସରକାରୀ ଓ ଘରୋଇ ସହାଭାଗିତାରେ ଚାଲିଛି । ରାଜ୍ୟ ସରକାର କେବଳ ଲିଜ ସୂତ୍ରରେ ଜମି ଯୋଗାଇ ଦେଉଛନ୍ତି ବୋଲି ଗୃହରେ ଉତ୍ତର ରଖିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/03/portchannel06.jpg)