କନକ ବ୍ୟୁରୋ: ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବଡ ବୟାନ । ରାଜ୍ୟରେ ଖୋଲିବନି ଆଉ ନୂଆ ମଦ ଦୋକାନ । ସରକାର ଏନେଇ ନିଷ୍ପତ୍ତି ନେଇଛନ୍ତି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଚୋରା ମଦ କିପରି ବନ୍ଦ ହେବ ସେନେଇ ବଡ ଚ୍ୟାଲେଞ୍ଜ ରହିଛି । ଆଗାମୀ ବର୍ଷଠାରୁ ରାଜ୍ୟରେ ଚୋରା ମଦ ଚାଲାଣ ବନ୍ଦ ହେବ । ସେ ଆଧାରରେ ଆଗକୁ ଆମୂଳଚୂଳ ପରିବର୍ତ୍ତନ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ଅନ୍ୟପଟେ ଆସନ୍ତା ବର୍ଷ ଯେଉଁ ମଦନୀତି ହେବ, ସେଥିରେ ଓଡିଶାରୁ ଚୋରାମଦ ବିକ୍ରି ବନ୍ଦ କରିବାକୁ ନୀତି ବାହାର କରାଯିବ । ଯେଉଁ ମଦନୀତି ଥିଲା, ସେଥିରେ କିଛି ସାବଲୀଳ କରାଯିବ । ଅନ୍ୟପଟେ ଯେଉଁ କିଛି ସମସ୍ୟା ରହିଥିଲା, ତାକୁ କିପରି ସୂଚାରୁରୂପେ କରାଯିବ ସେ ଦିଗରେ ପ୍ରଚେଷ୍ଟା କରାଯାଉଛି ବୋଲି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।