ରାଜ୍ୟରେ ଆଉ ହେବନି ପ୍ଲାଜମା ଥେରାପି । ଆଗାମୀ ସପ୍ତାହରେ ଦୈନିକ ୭୦ ହଜାର ନମୁନା ପରୀକ୍ଷା

129

କନକ ବ୍ୟୁରୋ: ଆଗାମୀ ସପ୍ତାହ ମଧ୍ୟରେ ରାଜ୍ୟରେ ଟେଷ୍ଟ ସଂଖ୍ୟା ୭୦ ହଜାରକୁ ବୃଦ୍ଧି କରାଯିବ । ରାଜ୍ୟରେ ମୃତ୍ୟୁହାର ୦.୪୦ରୁ କମି ୦.୩୭ ହୋଇଛି। ଗତ ୧୫ ଦିନର ମୃତ୍ୟୁହାରକୁ ଲକ୍ଷ୍ୟ କଲେ ଏହା ୦.୧୬ ଅଛି, ଯାହାକି ସାରା ଭାରତରେ ସର୍ବନିମ୍ନ । ରାଜ୍ୟରେ ଆଉ ପ୍ଲାଜମାଥେରାପି କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ଯୋଗ ଦେଇ କହିଥିଲେ ମୁଖ୍ୟ ମୁଖ୍ୟ ଶାସନ ସଚିବ ।

ସେହିପରି ରାଜ୍ୟରେ ଆଇସିୟୁ ବେଡର ସଂଖ୍ୟା ବୃଦ୍ଧି କରାଯାଇଛି ଏବଂ ଖୁବଶୀଘ୍ର ଆଉ ୩୬୮ଟି ଆଇସିୟୁ ବେଡର ବ୍ୟବସ୍ଥା କରାଯିବ। ରାଜ୍ୟରେ ଆଉ ପ୍ଲାଜମାଥେରାପି କରାଯିବ ନାହିଁ ବୋଲି ସେ ସୂଚନା ଦେଇଥିଲେ।

ପୋଲିସ ମହାନିର୍ଦ୍ଦେଶକ ଅଭୟ ରାଜ୍ୟରେ ଲକଡାଉନ ଓ ବିଭିନ୍ନ କୋଭିଡ଼ ଗାଇଡଲାଇନର ଅନୁପାଳନ ପାଇଁ ପୋଲିସର ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ଓଡିଶାରୁ ଅନ୍ୟ ରାଜ୍ୟକୁ ବର୍ତ୍ତମାନ ସୁଦ୍ଧା ୮୬୮ଟି ଟ୍ୟାଙ୍କର ଜରିଆରେ ୧୫୯୧୨ ମେଟ୍ରିକ ଟନ୍‌ ଅକ୍‌ସିଜେନ ପଠାଯାଇଛି ବୋଲି ସେ ସୂଚନା ଦେଇଥିଲେ। କୋଭିଡ ହସ୍‌ପିଟାଲରେ ଅଗ୍ନିଶମ ସେବା କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି।

ସେହିପରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ କୋଭିଡ ସ୍ଥିତି ଏବେ ନିୟନ୍ତ୍ରଣାଧୀନ ଅଛି । ରାଜ୍ୟରେ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ନୂଆ ଚିହ୍ନଟ ହେଉଥିବା ରୋଗୀଙ୍କ ଠାରୁ ଅଧିକ ରହୁଛି । ଗତ ସପ୍ତାହରୁ କେତେକ ଜିଲ୍ଲାରେ ସଂକ୍ରମଣ କମିବା ମଧ୍ୟ ଆରମ୍ଭ କରିଛି ।