ରାଜ୍ୟରେ ସମାନ୍ତରାଳ ସ୍ଥିତିରେ ରହିଛି ସଂକ୍ରମଣ : ଲକଡ଼ାଉନ କି ସଟଡ଼ାଉନ କରିବା ଭଳି ସ୍ଥିତି ଆସିନାହିଁ କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

78

କନକ ବ୍ୟୁରୋ : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି  । ତେବେ ଏହାକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ଯେ ଗତକିଛି ଦିନ ହେବ ରାଜ୍ୟରେ ସଂକ୍ରମଣ ସମାନ୍ତରାଳ ସ୍ଥିତିରେ ରହିଛି । ସଂକ୍ରମଣ ହାର ଅଧିକ ରହୁଛି ତେଣୁ କିଛି ସ୍ଥାନରେ ଆର ଭ୍ୟାଲୁ ଅଧିକ ରହିବ । ମାତ୍ର ଏଥି ପାଇଁ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ । କିନ୍ତୁ ଲୋକମାନଙ୍କୁ ବାରମ୍ବାର ଆମେ ନିବେଦନ କରୁଛୁ କି ସାମାନ୍ୟ ଲକ୍ଷଣ ଆସିଲେ ଟେଷ୍ଟିଂ କରାନ୍ତୁ । ଟେଷ୍ଟିଂ କ୍ରାଇଟେରିଆକୁ ମାନି କେତେ ଟେଷ୍ଟିଂ ବଢ଼ାଯାଇ ପାରିବ ସ୍ୱାସ୍ଥ୍ୟ ବିଭାଗ ସେ ଉପରେ ବିଚାର ବିମର୍ଷ କରୁଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଟେଷ୍ଟିଂ ବଢାଇବା ପାଇଁ କାର୍ଯ୍ୟ କରୁଛୁ। ଲକଡ଼ାଉନ କି ସଟଡ଼ାଉନ କରିବା ଭଳି ସ୍ଥିତି ରାଜ୍ୟରେ ଆସିନାହିଁ ।