କେନ୍ଦୁଝରରେ ହେବନି ରଜ ମଉଜ । ସମସ୍ତ ପ୍ରକାର ମେଳା, ମେହୋତ୍ସବ ଓ ଦୋଳି ଖେଳ ଉପରେ ରୋକ୍ ଲଗାଇଲା ଜିଲ୍ଲାପ୍ରଶାସନ, ୧୧ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ରହିବ କଟକଣା

983

କନକ ବ୍ୟୁରୋ : କେନ୍ଦୁଝରରେ ହେବନି ରଜ ମଉଜ । ରଜ ପର୍ବ ପାଳନ ପାଇଁ ହେଉଥିବା ସମସ୍ତ ପ୍ରକାର ମେଳା, ମେହୋତ୍ସବ ଓ ଦୋଳି ଖେଳ ଉପରେ ରୋକ୍ ଲଗାଇଛି ଜିଲ୍ଲାପ୍ରଶାସନ । ଆସନ୍ତା ୧୧ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ଏହି କଟକଣା ରହିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି ।

ଏହି ସମୟରେ କୌଣସି ପ୍ରକାର ଜନସମାଗମ ହୋଇପାରିବ ନାହିଁ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି । ତେବେ ଏହି ସମୟରେ ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ କପଡା ଓ ଷ୍ଟେସନାରୀ ଦୋକାନ ସମେତ ସମସ୍ତ ପ୍ରକାର ଅତ୍ୟାବଶ୍ୟକ ସାମଗ୍ରୀ ଦେକାନ ଖୋଲା ରହିବ । ତେବେ ଅନ୍ୟ ଦୋକାନ ଗୁଡିକ ସକାଳ ୭ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲିବାକୁ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଦେଇଛି । ଆଗାମୀ ଜୁନ୍ ମାସ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ କରୋନା ମୁକାବିଲା ପାଇଁ କେନ୍ଦୁଝର ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି ।