ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନାମାଙ୍କନ ଦାଖଲ । ଦିନ୧୨ ସୁଦ୍ଧା ନାମାଙ୍କନ ପତ୍ର ଦାଖଲ କରାଯିବାର ସମୟ ଧାର୍ଯ୍ୟ ।

198

କନକ ବ୍ୟୁରୋ: ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନାମାଙ୍କନ ଦାଖଲ ହେବ । ଏନଡିଏ ଘୋଷଣା କରିପାରେ ବାଚସ୍ପତି ପ୍ରାର୍ଥୀଙ୍କ ନାମ । ଦିନ ୧୨ ସୁଦ୍ଧା ନାମାଙ୍କନ ପତ୍ର ଦାଖଲ କରାଯିବାର ସମୟ ଧାର୍ଯ୍ୟ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆ ବାଚସ୍ପତିଙ୍କ ନାମ ଘୋଷଣା କରିପାରନ୍ତି ।

ବାଚସ୍ପତି ରେସରେ ସବୁଠୁ ଆଗରେ ଓମ୍ ବିର୍ଲାଙ୍କ ନାଁ ଥିବାବେଳେ ଆନ୍ଧ୍ରପ୍ରଦେଶ ବିଜେପି ସଭାପତି ଡି ପୁରନ୍ଦେଶ୍ୱରୀ, ବରିଷ୍ଠ ବିଜେପି ନେତା ରାଧାମୋହନ ସିଂହ ଏବଂ ଭର୍ତ୍ତୃହରି ମହତାବଙ୍କ ନାଁକୁ ନେଇ ଚର୍ଚ୍ଚା ଲାଗି ରହିଛି । ଆସନ୍ତାକାଲି ଲୋକସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ । ସେ ପର୍ଯ୍ୟନ୍ତ ଭର୍ତୃହରି ମହତାବଙ୍କୁ ଅସ୍ଥାୟୀ ବାଚସ୍ପତି ରୂପେ ନିଯୁକ୍ତ କରାଯାଇଛି । ୧୮ତମ ଲୋକସଭାର ପ୍ରଥମ ଅଧିବେଶନ କାଲିଠୁ ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରେ ୨୮୦ ଜଣ ଲୋକସଭା ସାଂସଦ ଶପଥ ନେଇଛନ୍ତି । ଜୁନ ୨୭ରେ ସଂସଦର ମିଳିତ ଅଧିବେଶନ ହେବାକୁ ଥିବାବେଳେ ସେଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହକୁ ସମ୍ବୋଧିତ କରିବେ ।