୧୬ ରୁ ୨୦ ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା : ସତର୍କ କଲା ପାଣିପାଗ ବିଭାଗ

261

କନକ ବ୍ୟୁରୋ : ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ମଙ୍ଗଳବାର ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ପ୍ରକାଶ ପାଇଛି । ପାଣିପାଗ ବିଭାଗ ପକ୍ଷରୁ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।

ସେହିପରି ୧୭ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡିରେ କାଳବୈଶାଖୀ ବର୍ଷା ହେବା ସହିତ ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ୧୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆଜି ରିପୋର୍ଟ ପ୍ରକାଶ ପାଇଛି । ଏଥିସହିତ ୧୯ରେ ଉପକୂଳ ଓଡ଼ିଶା ଓ କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କଳହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲାକାନଗିରି ଓ ୨୦ରେ ଉପକୂଳ ଓଡ଼ିଶା ସମେତ ମୟୁରଭଞ୍ଜ, କେନ୍ଦୁଝର, କଳାହାଣ୍ଡି ଓ କୋରାପୁଟରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ।