ରାତି ସାଢେ ୧୧ଟା ସୁଦ୍ଧା ୧୧ ଜିଲ୍ଲାକୁ କାଳବୈଶାଖୀ ! ସତର୍କ ରହିବାକୁ ପାଣିପାଗ କେନ୍ଦ୍ରର ପରାମର୍ଶ ।

441

କନକ ବ୍ୟୁରୋ: ରାଜ୍ୟର ୧୧ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାତି ୧୧ଟା ୩୦ ମିନିଟ୍ ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଗଜପତି, ଗଞ୍ଜାମ, ଅନୁଗୁଳ, ଏବଂ ଯାଜପୁର ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ସେହିପରି ରାଜ୍ୟର କିଛି ସ୍ଥାନରେ ମଧ୍ୟ ବର୍ଷା ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମିଳିଛି । ଅନ୍ୟପଟେ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ଆଗୁଆ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ତେବେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ଓଡ଼ିଶାକୁ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ରାଜ୍ୟର ୧୧ଟି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।