ଅପରାହ୍ନ ସାଢେ ୪ଟା ସୁଦ୍ଧା ୧୩ ଜିଲ୍ଲାକୁ କାଳବୈଶାଖୀ ! ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା ଜାରି ।

646

କନକ ବ୍ୟୁରୋ: ଅପରାହ୍ନ ୪ଟା ୩୦ ସୁଦ୍ଧା ଭୁବନେଶ୍ୱର ସମେତ ରାଜ୍ୟର ୧୩ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅପରାହ୍ନ ସାଢ଼େ ୪ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଏବଂ ମାଲକାନଗିରି ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ଗତ ୯ ତାରିଖରେ କେରଳକୁ ମୌସୁମୀ ଛୁଇଁଥିଲେ ମଧ୍ୟ ଏହା ଓଡ଼ିଶାକୁ ଛୁଇଁବାରେ ବିଳମ୍ବ ହେବ । କାରଣ ସାମୁଦ୍ରିକ ଝଡ଼ ‘ବାୟୁ’ ପ୍ରଭାବରେ ମୌସୁମୀ ଓଡ଼ିଶାକୁ ଛୁଇଁବାରେ ବିଳମ୍ବ କରିପାରେ ବୋଲି ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।

norwesterସେହିପରି ଆସନ୍ତା ୫ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଖରା ଏବଂ କୋହଲା ପାଗ ମଧ୍ୟରେ ଲୁଚକାଳି ଲାଗି ରହିଥିଲା । ଅପରାହ୍ନ ସୁଦ୍ଧା ରାଜ୍ୟର ୧୨ଟି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।