ରାତି ସାଢେ ୧୧ଟା ସୁଦ୍ଧା ୮ ଜିଲ୍ଲାକୁ ସତର୍କ ଘଣ୍ଟି! ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ସତର୍କ ସୂଚନା ଜାରି ।

811

କନକ ବ୍ୟୁରୋ: ରାତି ସାଢ଼େ ୧୧ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଏବଂ ଢେଙ୍କାନାଳ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ଗତକାଲି ଠାରୁ ମୌସୁମୀ ଓଡ଼ିଶା ଛୁଇଁବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି । ବିଶେଷ କରି ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରଭାବରେ ଆଗନ୍ତା ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତଫରୁ ସୂଚନା ମିଳିଛି । ତେବେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟ କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ମୌସୁମୀ ବର୍ଷା ଦେଖିବାକୁ ମିଳିଛି । ଏହାସହ ଆସନ୍ତା ୪୮ ଘଣ୍ଟା ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।