ସନ୍ଧ୍ୟା ସୁଦ୍ଧା ସତର୍କ ରୁହ ! ଝଡ଼ବର୍ଷା ଓ ବଜ୍ରପାତ ନେଇ ୯ ଜିଲ୍ଲାକୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ରର ପରାମର୍ଶ ।

514

କନକ ବ୍ୟୁରୋ: ରାଜ୍ୟର ୯ଟି ଜିଲ୍ଲାକୁ ବଜ୍ରପାତ ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୬ଟା ମଧ୍ୟରେ ରାଜ୍ୟର ୯ ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ନୟାଗଡ଼, ଗଞ୍ଜାମ, ଗଜପତି, ପୁରୀ, କଟକ, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଓ ଖୋର୍ଦ୍ଧା ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ସେହିପରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମୁତାବକ ଓଡ଼ିଶାର କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ । ତେଣୁ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । କିନ୍ତୁ ଗତକାଲି ଭଳି ଆଜି ମଧ୍ୟ ରାଜ୍ୟର ୯ଟି ସ୍ଥାନରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।