କନକ ବ୍ୟୁରୋ: ରାଜ୍ୟର ୧୩ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୫ଟା ୧୫ ମିନିଟ୍ ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଗଜପତି ଏବଂ ଗଞ୍ଜାମ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
Kanak News is now on WhatsApp
Join and get latest news updates delivered to you via WhatsApp
ସେହିପରି ରାଜ୍ୟର କିଛି ସ୍ଥାନରେ ମଧ୍ୟ ବର୍ଷା ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମିଳିଛି । ଅନ୍ୟପଟେ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ଆଗୁଆ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ତେବେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ଓଡ଼ିଶାକୁ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।