Source: indianexpress.com
କନକ ବ୍ୟୁରୋ : ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା । ଆଜି ଅପରାହ୍ଣ ୩ଟା ପର ଠାରୁ ସନ୍ଧ୍ୟା ୬ଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର ଏବଂ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି ।ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସାଟେଲାଇଟ୍ ଚିତ୍ର ଓ ଡପଲର ରାଡାର ସୂଚନାକୁ ଆଧାର କରି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସର୍କ ସୂଚନା ଜାରି ହୋଇଛି ।
ସୂଚନା ଅନୁସାରେ ୩ ଟାରୁ ସନ୍ଧ୍ୟା ୬ଟା ମଧ୍ୟରେ ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ। ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୩୦ର ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ଜାରି ସତର୍କ ସୂଚନାରେ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
Follow Us