ଅସହ୍ୟ ଗୁଳୁଗୁଳି ଓ ଗରମରୁ ମିଳିପାରେ ଆଶ୍ୱସ୍ତି : ଆସନ୍ତାକାଲି ସୁଦ୍ଧା ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ସମ୍ଭାବନା

244

କନକ ବ୍ୟୁରୋ : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଲୋକେ ଅସହ୍ୟ ଗୁଳୁଗୁଳି ତଥା ଗରମରେ ଘାଂଟିଚକଟି ହେଉଛନ୍ତି । ଏପରିସ୍ଥଳେ ଆସନ୍ତାକାଲି ସୁଦ୍ଧା ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ସମ୍ଭାବନା ରହିଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାବ୍ୟତୀତ ବଜ୍ରପାତ ସହିତ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି । ଆଉ ଏନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର।

ସେହିପରି, ଆଜି ରାତି ସୁଦ୍ଧା ରାଜ୍ୟର କେନ୍ଦୁଝର, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ରାଜ୍ୟର ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ । ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ସ୍ଥାନରେ ସ୍ଥଳ ବିଶେଷରେ ଘଣ୍ଟାପ୍ରତି ୩୦ର ୬୦ କିଲୋମିଟର ବେଗରେ ପବନ ବହିବା । ତେବେ ଏହି ସମୟରେବଜ୍ରପାତର ଆଶଙ୍କା ଥିବାରୁ ପଦାକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି ।