୨୪ ଘଣ୍ଟା ଭିତରେ ସତର୍କ ରୁହ ୧୧ ଜିଲ୍ଲା ! ପ୍ରବଳ ବର୍ଷା ଓ ବଜ୍ରପାତ ବିପଦ ଥିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି । ପଢ଼ନ୍ତୁ କେଉଁ କେଉଁ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ ।

503

କନକ ବ୍ୟୁରୋ: ୧୧ ଜିଲ୍ଲାକୁ ସତର୍କ ଘଣ୍ଟି । ଆସନ୍ତାକାଲି ସୁଦ୍ଧା ରାଜ୍ୟର ୧୧ ଜିଲ୍ଲାକୁ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପରାମର୍ଶ । ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, କନ୍ଧମାଳ ଏବଂ ଯାଜପୁର ଭଳି ଜିଲ୍ଳା ଗୁଡ଼ିକରେ ବର୍ଷା ଓ ବଜ୍ରପାତ ବିପଦଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏପରିକି ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ପାଗ ଶୁଖିଲା ରହିଥିବାବେଳେ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି । ଆଉ ଅନେକ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିଛି । ତେବେ ଆସନ୍ତାକାଲି ରାଜ୍ୟର ସୁଦ୍ଧା ୧୧ ଜିଲ୍ଲାକୁ ସତର୍କ ରହିବାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।