କନକ ବ୍ୟୁରୋ: ଆସନ୍ତା ୮ ତାରିଖରେ ରାଜ୍ୟରେ ସ୍କୁଲଗୁଡିକ ଖୋଲିବ । ଏ ନେଇ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଏ ନେଇ ଆଜି ପୁଣି ପ୍ରତିକ୍ରିୟା ରଖିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ । ସମୀର ଦାସ କହିଛନ୍ତି, ଗୋଟିଏ ଶ୍ରେଣୀରେ ୨୦ରୁ ୨୫ ପିଲା ପଢିବେ । ବିଶୋଧନ ଓ ପିଲାଙ୍କ ସ୍ୱାସ୍ଥ୍ୟକୁ ପ୍ରାଥମିକତା ଦିଆଯାଇଛିା ପ୍ରତି ଜିଲ୍ଲାରେ ନୋଡାଲ ଅଫିସର ନିୟୁକ୍ତ ହୋଇଛନ୍ତି ।
ସେମାନେ ଜିଲ୍ଲାପାଳ ଓ ଡିଆଇଓଙ୍କ ସହ ସମନ୍ୱୟ ରକ୍ଷା କରି କାମ କରିବେ । ଶିକ୍ଷକ ଆବଶ୍ୟକତା ଥିଲେ ପୂରଣ କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଶହେ ଦିନ ପାଠପଢାର ଆବଶ୍ୟକତା ରହୁଛି । ରବିବାରଦିନ ପାଠ ନ ପଢାଇଲେ ଶହେ ଦିନ ହେବନି । ବର୍ତମାନ ପିଲାଙ୍କ କୋଭିଡ ଟେଷ୍ଟ ହେବା ନେଇ ନିଷ୍ପତି ହୋଇନି । ସ୍ୱାସ୍ୟ ବିଭାଗ କହିଲେ କରିବୁ । ସିଲାବସ ୩୦ ପ୍ରତିଶତ କମିଛି । ଆଉ କମିବାର ନାହିଁ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।