କନକ ବ୍ୟୁରୋ : ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ପାଇବେ ପ୍ରଖ୍ୟାତ କଥାକାର ଭୀମ ପୃଷ୍ଟି । ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ଇମ୍ଫା ଚାରିଟେବୁଲ ଟ୍ରଷ୍ଟ ବା ଇମ୍ପାପ୍ଟ ପକ୍ଷରୁ କରାଯାଇଛି ଏହି ଘୋଷଣା । ୨୦୧୭ରେ ମସିହାରେ ପ୍ରକାଶିତ ‘ଜମ୍ବୁଲୋକ’ ପାଇଁ ଭୀମ ପୃଷ୍ଟିଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ । ଅକ୍ଟୋବର ୨୬ ତାରିଖରେ ହେବାକୁଥିବା ସମାବେଶରେ ତାଙ୍କୁ ୫ଲକ୍ଷ ଟଙ୍କା ସହ ସମ୍ମାନପତ୍ର ଓ ଫଳକ ପ୍ରଦାନ କରାଯିବ ।

Kanak News is now on WhatsApp
Join and get latest news updates delivered to you via WhatsApp
ସେହିପରି କଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନାର ଉତ୍କର୍ଷ ପାଇଁ ପ୍ରତିବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ମଧ୍ୟ ୨୦୨୩ ମସିହା ପାଇଁ ଘୋଷିତ ହୋଇଛି । ପଟ୍ଟଚିତ୍ରର ଅଦ୍ୱିତୀୟ ଶିଳ୍ପୀ ଗୁରୁ ବେଣୁଧର ମହାପାତ୍ର ଓ ପ୍ରସିଦ୍ଧ ବଂଶୀବାଦକ ଗୁରୁ ମୋହିନୀ ମୋହନ ପଟ୍ଟନାୟକଙ୍କୁ ଚଳିତ ବର୍ଷ ଏହି ପୁରସ୍କାର ପ୍ରଦାନ କରାଯିବ । ପୁରସ୍କାର ବାବଦରେ ଉଭୟଙ୍କୁ ୨ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଫଳକ ପ୍ରଦାନ କରାଯିବ ।