କନକ ବ୍ୟୁରୋ : ଝାରସୁଗୁଡା ଉପ-ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ଆଜି ଠାରୁ ୨୦ ତାରିଖ ଯାଏଁ ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପ୍ରାର୍ଥୀପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ଏପ୍ରିଲ ୨୧ରେ ସମସ୍ତ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ସେହିଭଳି ଏପ୍ରିଲ ୨୪ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । ସେହିଭଳି ମେ’ ୧୦ରେ ଭୋଟଗ୍ରହଣ ହେବ ବୋଲି ବିଜ୍ଞପ୍ତିରେ ପ୍ରକାଶ ପାଇଛି । ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟଗ୍ରହଣ ହେବ । ମେ’ ୧୩ରେ ଭୋଟଗଣତି ହେବ ।
ଝାରସୁଗୁଡା ଉପ-ନିର୍ବାଚନ ପାଇଁ ୩ ପ୍ରମୁଖ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି । ପୂର୍ବରୁ ବିଜେଡି ଓ କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଗତକାଲି ବିଜେପି ପ୍ରାର୍ଥୀ ଘୋଷଣା କରିଛି । ବିଜେଡିରୁ ଦୀପାଳି ଦାସ, କଂଗ୍ରେସରୁ ତରୁଣ ପାଣ୍ଡେ ଓ ବିଜେପିରୁ ଟଙ୍କଧର ତ୍ରିପାଠୀଙ୍କୁ ଝାରସୁଗୁଡା ଉପ-ନିର୍ବାଚନରେ ଦେଖିବାକୁ ମିଳିବ । ୩ ନୂଆ ଚେହେରା ଉପ-ନିର୍ବାଚନ ମୈଦାନକୁ ଓହ୍ଲାଇବେ । ତେଣୁ ଏହି ଆସନ ହାତେଇବା ଲକ୍ଷ୍ୟରେ ରହିଛନ୍ତି ୩ ଦଳ । ବିଜେଡି ନିଜର ଗଡ ବଞ୍ଚାଇବାକୁ ଉଦ୍ୟମ କରିବ, ସେହିଭଳି କଂଗ୍ରେସ ଉପ-ନିର୍ବାଚନ ଜରିଆରେ ପୁଣିଥରେ କମବ୍ୟାକ୍ କରିବାକୁ ଚେଷ୍ଟା କରୁଥିବା ବେଳେ ବିଜେପି ପ୍ରଥମ ଥର ପାଇଁ ଝାରସୁଗୁଡା ପଦ୍ମ ଫୁଟାଇବା ଲକ୍ଷ୍ୟରେ ରଖିଛି ।
Follow Us