ରାଜ୍ୟସଭା ଆସନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି । ଫେବୃଆରୀ ୧୫ ଯାଏଁ ନାମାଙ୍କନ ଦାଖଲ । ଓଡ଼ିଶାର ୩ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ ।

86

କନକ ବ୍ୟୁରୋ: ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ । ଏଥିପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି । ଫେବ୍ରୁଆରୀ ୧୫ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି । ଫେବ୍ରୁଆରୀ ୧୬ରେ ପ୍ରାର୍ଥିପତ୍ର ଯାଂଚ, ୨୦ରେ ହେବ ପ୍ରାର୍ଥିପତ୍ର ପ୍ରତ୍ୟାହାର । ୧୫ ରାଜ୍ୟର ୫୬ ଆସନରେ ଭୋଟ ହେବ । ଏଥିରେ ଓଡ଼ିଶାର ତିନିଟି ଆସନ ରହିଛି । ଏପ୍ରିଲ ୩ ତାରିଖରେ ସରୁଛି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟକାଳ । ଏମାନଙ୍କ ସ୍ଥାନରେ କିଏ ରାଜ୍ୟସଭାକୁ ଯିବେ ତାକୁ ନେଇ ସରଗରମ ହେଲାଣି ରାଜନୀତି । ସଂଖ୍ୟା ଦୃଷ୍ଟିରୁ ତିନିଟି ଯାକ ଆସନ ବିଜେଡି ହାତକୁ ଯିବା ନିଶ୍ଚିତ ।

୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟସଭା ନିର୍ବାଚନ ଘୋଷଣା ହୋଇଥିବାରୁ ଏହା ରାଜନୈତିକ ଦୃଷ୍ଟିକୋଣରୁ ବେଶ ଗୁରୁତ୍ୱପୂର୍ଣ୍ଣ । କାରଣ ସାଧାରଣ ନିର୍ବାଚନରେ ଯେଉଁ ବରିଷ୍ଠ ନେତା ଟିକେଟ୍ ପାଇନଥାନ୍ତି, ସେମାନଙ୍କୁ ରାଜ୍ୟସଭାକୁ ଆଣିବାକୁ ପ୍ରତିଶ୍ରୁତି ଦିଆଯାଇଥାଏ ।