କନକ ବ୍ୟୁରୋ: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ । ଏହା ଅଧୀନରେ ଥିବା ସମସ୍ତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜୁନ୍ ୧ ତାରିଖରେ ମତଦାନ ହେବ ।
ସବୁଠି ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ କରାଯିବ । ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ । ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/05/34-5.jpg)