ଧାମନଗର ଉପନିର୍ବାଚନ : ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ

84

କନକ ବ୍ୟୁରୋ : ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ଭଦ୍ରକ ଉପଜିଲ୍ଲପାଳଙ୍କ କାର୍ଯ୍ୟାଳୟରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଏହା ସହ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହୋଇଛି । ଅକ୍ଟୋବର ୧୪ ନାମାଙ୍କନ ଦାଖଲର ଶେଷ ତାରିଖ ଥିବା ବେଳେ ୧୫ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୭ ହେଉଛି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ । ଧାମନଗର ଉପନିର୍ବାଚନ ପାଇଁ ନଭେମ୍ବର ୩ରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ୬ରେ ଭୋଟ୍ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ ।

ବିଜେପି ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ବିୟୋଗ ପରେ ଏହି ଆସନ ଖାଲି ରହିଛି । ବିଜେପି ଟିକେଟରେ ଧାମନଗର ଉପନିର୍ବାଚନ ଲଢିବେ ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂରଜ ସୂର୍ଯ୍ୟବଂଶୀ । ବିଜେଡି ଏବଂ କଂଗ୍ରେସର ବହୁ ଆଶାୟୀ ରହିଥିବା ବେଳେ ଦଳ କାହାକୁ ଟିକେଟ୍ ଦେଉଛି ତାହା ଉପରେ ସମସ୍ତଙ୍କର ନଜର ରହିଛି । ଏହାରି ଭିତରେ ବିଜେପି ପକ୍ଷରୁ ବିଷ୍ଣୁ ସେଠୀଙ୍କ ପୁଅଙ୍କୁ ନିର୍ବାଚନୀ ମୈଦାନକୁ ଓହ୍ଲାଇ, ଦଳ ସହାନୁଭୂତିର ଭୋଟ ହାତେଇବାକୁ ରଣନୀତି କରିଥିବା ଅନୁମାନ କରାଯାଉଛି । କାରଣ ଉପନିର୍ବାଚନ ପୂର୍ବରୁ ବିଭିନ୍ନ ପଞ୍ଚାୟତରେ ବୁଲି ଲୋକଙ୍କ ସୂରଜ ଆଶୀର୍ବାଦ ନେଉଛନ୍ତି ।