କନକ ବ୍ୟୁରୋ : ରାଜ୍ୟ ସରକାରଙ୍କ ସହଯୋଗରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ରାଉରକେଲାରୁ କୋଲକତା ବିମାନ ସେବା । ଏଥିପାଇଁ ରାଜ୍ୟ ସରକାର ଭାୟାବିଲିଟି ଗ୍ୟାପ ଫଣ୍ଡିଙ୍ଗ ଜରିଆରେ ସହାୟତା ଯୋଗାଇ ଦେଇଛନ୍ତି । ରାଜ୍ୟ ସରକାର ୩୫ଟି ଆସନ ପାଇଁ ଭାୟାବିଲିଟି ଗ୍ୟାପ୍ ଫଣ୍ଡିଂର ବ୍ୟବସ୍ଥା କରିଛନ୍ତି । ଏହାଦ୍ୱାରା ଯାତ୍ରୀମାନେ ମାତ୍ର ଦେଢ ଘଣ୍ଟାରେ ରାଉରକେଲାରୁ କୋଲକତା ପହଂଚିପାରିବେ ।

Advertisment

ଆଲାଏନ୍ସ ଏୟାର ପକ୍ଷରୁ ସପ୍ତାହକୁ ୩ ଦିନ- ମଙ୍ଗଳବାର, ଗୁରୁବାର, ଶନିବାର- ବିମାନ ସେବା ଯୋଗାଇ ଦିଆଯିବ। ଏହା ଦ୍ୱାରା ସୁନ୍ଦରଗଡ ଜିଲ୍ଲାରେ ଶିଳ୍ପ ଓ ପର୍ୟ୍ୟଟନ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧିର ସମ୍ଭାବନା ସୃଷ୍ଟି ହୋଇଛି। ପ୍ରାରମ୍ଭିକ ବିମାନ ଦେୟ ୧୯୯୯ ଟଙ୍କା ରହିଛି।