କନକ ବ୍ୟୁରୋ: ଏଥର ଓଡ଼ିଶା ଟେଲି ଦୁନିଆର ସବୁଠାରୁ ଲୋକପ୍ରିୟ ରିଏଲିଟି ସୋ ହୋଇଛି ଜୀ ସାର୍ଥକର ‘ରଜ କୁଇନ୍–ଉଡ଼ିଯାଟ୍ଟଆକାଶଟା ତୋ’ର’ । ରାଜ୍ୟର ସଂସ୍କୃତି ଓ ପରମ୍ପରାକୁ ନେଇ ଏହି ଲୋକପ୍ରିୟ ରିଏଲିଟି ସୋ ଏପ୍ରିଲ୍ ୨୨ରୁ ଆରମ୍ଭ ହୋଇ ପ୍ରତ୍ୟେକ ଶନିବାର ଓ ରବିବାର ରାତି ୯.୩୦ମିନିଟରେ ପ୍ରସାରିତ ହୋଇ ଆସୁଛି ଓଡ଼ିଶାର ଏକ ନମ୍ବର ମନୋରଂଜନ ଚ୍ୟାନେଲ ଜୀ-ସାର୍ଥକ ରେ । ୧୧ ବର୍ଷରେ ପଦାର୍ପଣ କରୁଥିବା ଜୀ-ସାର୍ଥକର ଏହି ରିଏଲିଟି ଶୋ ଆଗରୁ ବହୁ ବିଜେତା ଓ ପ୍ରତିଯୋଗୀଙ୍କ ଭବିଷ୍ୟତ ଗଢିବାରେ ଏକ ପ୍ରମୁଖ ମାଧ୍ୟମ ହୋଇପାରିଛି । ବିଜେତାମାନେ ଚଳଚ୍ଚିତ୍ର ଓ ଧାରାବାହିକ ରେ ଅଭିନୟ ସୁଯୋଗ ପାଇବା ସହ ନିଜର ଭବିଷ୍ୟତକୁ ସ୍ୱର୍ଣ୍ଣିମ କରିପାରିବେ।
Kanak News is now on WhatsApp
Join and get latest news updates delivered to you via WhatsApp
ଏଥର ମଧ୍ୟ ବହୁତ ବଡ଼ ଆକାରରେ ଆରମ୍ଭ ହୋଇଥିବା “ରଜ କୁଇନ୍” ରିଏଲିଟି ସୋ ପହଞ୍ଚିଛି ତାର ‘ଗାଲା’ ରାଉଣ୍ଡରେ । ପ୍ରତିଯୋଗୀମାନେ ଗୀତ ଗାଇବା ରାଉଣ୍ଡରେ ପହଁଚିଛନ୍ତି ଓ ଜବରଦସ୍ତ ପ୍ରଦର୍ଶନ ଜାରି ରଖିଛନ୍ତି ହେଲେ ଏହି ପ୍ରତିଯୋଗିତା ବହୁତ ଶିଘ୍ର ପହଞ୍ଚୁଛି ତାର ଶେଷ ପର୍ୟ୍ୟାୟରେ କାରଣ ଆରମ୍ଭ ହେବାକୁ ଯାଉଛି ଏଲିମିନେସନ ରାଉଣ୍ଡ । ଏହି ରିଏଲିଟି ସୋ’ ର ପ୍ରମୁଖ ଆକର୍ଷଣ ସାଜିଥିବା ଓଡିଆ ସିନେମା ଜଗତର ତିନି ଲୋକପ୍ରିୟ କଳାକାର ସିଦ୍ଧାନ୍ତ ମହାପାତ୍ର, ଏଲିନା ସାମନ୍ତରାୟ ଓ ଶ୍ରୀତମ ଦାସଙ୍କ ପରି ଜଜ୍ ମାନେ ପ୍ରତିଯୋଗୀଙ୍କୁ ତାଙ୍କ ଦକ୍ଷତା ଅନୁଯାୟୀ ପରଖି ଆଗ ରାଉଣ୍ଡକୁ ନେବେ, ତେଣୁ ଆଗକୁ ଏହି ପ୍ରତିଯୋଗିତା ଆହୁରି କଷ୍ଟକର କିନ୍ତୁ ଦର୍ଶନୀୟ ହେବ ।
ଏହି କାର୍ୟକ୍ରମ ସମ୍ପର୍କରେ ଜୀ-ସାର୍ଥକର ଚିଫ କ୍ଲଷ୍ଟର ହେଡ୍ ସମ୍ରାଟ ଘୋଷ ଏବଂ ଚ୍ୟାନେଲ ହେଡ୍ ପ୍ରତୀକ ସିଲ କହିଛନ୍ତି ଯେ “ଦର୍ଶକଙ୍କୁ ଭରପୁର ମନୋରଂଜନ ଦେଇ ‘ରଜ କୁଇନ୍’ ଏଥର ବହୁଳ ଭାବରେ ଲୋକାଦୃତ ହୋଇଛି । ଓଡ଼ିଶାର ବରିଷ୍ଠ ସିନେ ଆର୍ଟିଷ୍ଟମାନେ ଏଥର ଜଜ୍ ହୋଇଥିବା ବେଳେ ମେଣ୍ଟରସ୍ ମାନଙ୍କ ମଧ୍ୟରେ ଅଛନ୍ତି ମେଗା ଧାରାବାହିକ ‘ଖୁସିର ଛୁଙ୍କ’ ର ଖୁସି , ‘ମୁଁ ବି ବିଜୟିନୀ’ ର ସ୍ତୁତି , ‘ଝିଲ୍ଲୀ’ର ଝିଲ୍ଲୀ ଓ ‘ସାଥିରେ’ ର ଧାରା । ଏହି ମେଣ୍ଟରସ୍ ମାନଙ୍କ ତତ୍ତ୍ବାବଧାନରେ ପ୍ରତିଯୋଗୀମାନେ ନିଜକୁ ପ୍ରସ୍ତୁତ କରୁଛନ୍ତି ନିଜର ଭବିଷ୍ୟତ ତିଆରି କରିବାର ସୁଯୋଗ ପାଇବା ପାଇଁ କାରଣ ଏହି ରିଏଲିଟି ସୋ ର ବିଜେତା ନିଶ୍ଚୟ ଭାବରେ ଓଡିଆ ମନୋରଂଜନ ଦୁନିଆରେ ବହୁ ସୁଯୋଗର ହକଦାର ହେବେ ଜ୍ଝ ରଜ ପାଇଁ ବିଶେଷ ଏପିସୋଡ ସବୁ ହୋଇଛି ଯେଉଁଥିରେ ଆପଣମାନେ ଦେଖିପାରିବେ ପ୍ରତିଯୋଗୀଙ୍କ ବିଭିନ୍ନ ପ୍ରଦର୍ଶନ, ତେଣୁ ଯୋଡି ହୋଇ ରୁହନ୍ତୁ ଜୀ ସାର୍ଥକ ସହ ।”