ଆଗାମୀ ୩ ଘଣ୍ଟା ସତର୍କ ରୁହ! ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ଏହିସବୁ ଜିଲ୍ଲା ଗୁଡ଼ିକୁ ବର୍ଷା ଓ ବଜ୍ରପାତ ବିପଦ ନେଇ ସତର୍କ ସୂଚନା ।

4,485

କନକ ବ୍ୟୁରୋ: ରାଜ୍ୟର ୧୨ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି, ମାଲକାନଗିରି, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ଖୋର୍ଦ୍ଧା ଭଳି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହିସବୁ ଜିଲ୍ଲାବାସୀ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପାଣିପାଗ ଗତିବିଧି ଉପରେ ନଜର ରଖିବା ସହ ବଜ୍ରପାତ ମୁକ୍ତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି । ଏହାସହ ଭୁବନେଶ୍ୱରକୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।