୧୦ରେ ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ । ପ୍ରଧାନମନ୍ତ୍ରୀଙ୍କ ସମେତ ଗୃହମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବେ ସାମିଲ । ଜନତା ମଇଦାନରେ ହେବ ଭବ୍ୟ ସମାରୋହ

437

କନକ ବ୍ୟୁରୋ: ବିଜେପିର ମୁଖ୍ୟମନ୍ତ୍ରୀ କିଏ ହେବେ, ତାକୁ ନେଇ ଜାରି ରହିଛି ସସପେନ୍ସ । କୁହାଯାଉଛି, ଆଜି ନହେଲେ ଆସନ୍ତାକାଲି ଏହା ଉପରେ ବାଜିପାରେ ମୋହର । ସେପଟେ ଜୁନ୍ ୧୦ ତାରିଖରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ପାଇଁ ଜନତା ମଇଦାନରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ପ୍ରଥମଥର ପାଇଁ ଓଡ଼ିଶାରେ ବିଜେପି ସରକାର ଗଠନ କରିବାକୁ ଯାଉଥିବାରୁ ଶପଥ ସମାରୋହରେ ସାମିଲ ହେବାକୁ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହାସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ବହୁ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ଏହି ସମାରୋହରେ ସାମିଲ ହେବେ ପ୍ରାୟ ଲକ୍ଷାଧିକ ଲୋକେ । ଏହାକୁ ଦୃଷ୍ଟିରେ ରଖି ପୁଲିସ ଡିଜି ଅରୁଣ ଷଢଙ୍ଗୀ, ପୁଲିସ କମିଶନର ସଂଜୀବ ପଣ୍ଡା, ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ଜନତା ମଇଦାନରେ ସ୍ଥିତି ଅନୁଧ୍ୟାନ କରିଛନ୍ତି ।