ଭିଜିଲାନ୍ସ ଜାଲରେ ଓବିସିସି ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ; ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ଅଫିସ ସହ ୧୨ଟି ସ୍ଥାନରେ ଚଢଉ

ଭିଜିଲାନ୍ସ ଜାଲରେ ଓବିସିସି ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ; ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ଅଫିସ ସହ ୧୨ଟି ସ୍ଥାନରେ ଚଢଉ

କନକ ବ୍ୟୁରୋ: ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ କର୍ପୋରେସନ, ଓବିସିସିର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କ ୧୨ଟି ଠିକଣାରେ ଚାଲିଛି ଚଢ଼ାଉ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ କାର୍ଯ୍ୟାଳୟ ସମେତ କଟକ, ଭୁବନେଶ୍ୱର, ଭଦ୍ରକ, ଯାଜପୁର ଓ ଖୋର୍ଦ୍ଧାର ୧୨ଟି ଠିକଣାରେ ଖୋଳତାଡ଼ କରୁଛନ୍ତି ଭିଜିଲାନ୍ସ ଟିମ୍।

ବାରବାଟୀ ଷ୍ଟାଡିୟମରେ ଥିବା ତାଙ୍କ କାର୍ଯ୍ୟାଳୟ, ଭୁବନେଶ୍ୱର ପାଣ୍ଡରାରେ ଥିବା ତାଙ୍କ ବାସଭବନ, ଚନ୍ଦ୍ରଶେଖରପୁରରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଆଚାର୍ଯ୍ୟ ନଗରରେ ଥିବା ଦୁଇ ମହଲା କୋଠା, ଯାଜପୁର, କଟକ ଓ ଖୋର୍ଦ୍ଧାରେ ଥିବା ପ୍ଲଟରେ ଚାଲିଛି ଚଢ଼ାଉ। ଭଦ୍ରକରେ ଥିବା ଦୁଇଟି ପୈତୃକ ଘର, ଯାଜପୁର ଓ ଖୋର୍ଦ୍ଧାରେ ଘନିଷ୍ଠ ସହଯୋଗୀଙ୍କ ଘର ଓ ଭୁବନେଶ୍ୱର ନୟାପଲ୍ଲୀରେ ପ୍ରଦୀପ କୁମାର ରଥଙ୍କ ପୁଅଙ୍କ ଔଷଧ ଦୋକାନରେ ବି ଚଢ଼ାଉ କରୁଛି ଭିଜିଲାନ୍ସ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe