ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ । ଅଶାନ୍ତ ରହିବ ସମୁଦ୍ର,ଓଡ଼ିଶାରେ କିଛି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ।

241

କନକବ୍ୟୁରୋ:ବଙ୍ଗୋପସାଗରରେ ଲଘୁଚାପ । ଏହାର ପ୍ରଭାବରେ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି ଏନେଇ ଦେଇଥିବା ସୂଚନା ଅନୁଯାୟୀ ଆଜି ସକାଳେ ଦକ୍ଷିଣ-ପଶ୍ଚିମ ଏବଂ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

ଏହା ଉତ୍ତର-ପୂର୍ବ ଦିଗକୁ ଗତି କରିବ ଏବଂ ୨୪ ତାରିଖ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହାର ଗତି ଉତ୍ତର-ପୂର୍ବ ଦିଗକୁ ରହିବା ସହ ଆହୁରି ତୀବ୍ର ହେବ । ଏବଂ ୨୫ ତାରିଖ ସନ୍ଧ୍ୟା ବେଳକୁ ଉତ୍ତର-ପୂର୍ବ ଏବଂ ଊତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଂଚିବାର ସମ୍ଭାବନା ରହିଛି । ସେଥିପାଇଁ ମତ୍ସ୍ୟଜୀବୀ ମାନଙ୍କୁ କାଲିଠାରୁ ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

ଯାହାର ପ୍ରଭାବରେ ଆଗାମୀ ତିନିଦିନ ଯାଏ କାଳବୈଶାଶୀ ପ୍ରଭାବ ରହିବ । ରାଜ୍ୟରେ କିଛି ସ୍ଥାନରେ କାଳବୈଶାଖୀ ବର୍ଷା ରହିଛି । କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।