ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

112

କନକ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେଉଛି। ଏହି ଗୁପ୍ତନୀତି ପାଇଁ ଆଜି ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ମୁତାବକ, ଆଜି ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଅନୁଷ୍ଠିତ ହେବ। ଆପାତତଃ ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଏହି ନୀତି ଅନୁଷ୍ଠିତ ହେବ। ଏହି ସମୟ ମଧ୍ୟରେ ଭକ୍ତଙ୍କ ଦର୍ଶନ ବନ୍ଦ ରଖାଯାଇଛି। ନୀତି ଶେଷ ପରେ ପୁନର୍ବାର ଦର୍ଶନ ସ୍ବାଭାବିକ ହେବ ବୋଲି ସୂଚନା ଦିଆଯାଇଛି।