ଓଡ଼ିଆ ଡ଼ିଜେ ‘ଡିଜେ ଆଜେକ୍ସ’ ଓରଫ ଅକ୍ଷୟ କୁମାରଙ୍କ ସନ୍ଦେହଜନକ ମୃତ୍ୟୁ । ଆତ୍ମହତ୍ୟା କରିଥିବା ସନ୍ଦେହ

348

କନକ ବ୍ୟୁରୋ: ସନ୍ଦେହଘେରରେ ଲୋକପ୍ରିୟ ଓଡ଼ିଆ ଡ଼ିଜେ ‘ଡିଜେ ଆଜେକ୍ସ’ ଓରଫ ଅକ୍ଷୟ କୁମାରଙ୍କ ମୃତ୍ୟୁ । ଗତକାଲି ସନ୍ଧ୍ୟାରେ ଏହି ଲୋକପ୍ରିୟ ‘ଡିଜେ ଆଜେକ୍ସ’ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ପରିବାର ଲୋକଙ୍କ ତରଫରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲ ନିଆଯାଇଥିବାବେଳେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ଶେଷ ଥର ପାଇଁ ୬ଟା ୩୦ ସମୟରେ ଅକ୍ଷୟ କୁମାର ପରିବାର ଲୋକଙ୍କ ସହ କଥା ହୋଇଥିବା ଜଣାପଡ଼ିଛି । ତେବେ ତାଙ୍କ ମୃତ୍ୟୁକୁ ନେଇ ସନ୍ଦେହ ସୃଷ୍ଟି ହୋଇଥିବାବେଳେ ଏହାର ପ୍ରକୃତ କାରଣ ଜଣାପଡ଼ିନାହିଁ ।