ବିବାଦରେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର : ଅଭିଯୋଗ ଆଣିଲେ ପତ୍ନୀ, ନ୍ୟାୟ ପାଇଁ କଟକ ଡିସିପିଙ୍କ ଦ୍ୱାରସ୍ଥ

4,681

କନକ ବ୍ୟୁରୋ : ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିରୋଧରେ ଅଭିଯୋଗ । ତାଙ୍କ ପତ୍ନୀ ନିର୍ଯାତନା ଅଭିଯୋଗ ଆଣିଛନ୍ତି । ବଲାଙ୍ଗୀରର ଏହି କଣ୍ଠଶିଳ୍ପୀ ଏବେ କଟକ ସେକ୍ଟର ୬ରେ ରହୁଛନ୍ତି । ଗତ କିଛି ମାସ ହେବ ସେ ପତ୍ନୀଙ୍କୁ ଅବହେଳା କରିବା ସହ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି ।

ପାରିବାରିକ ଅଶାନ୍ତି ଯୋଗୁ ପତ୍ନୀ କିଛି ମାସ ହେବ ବାଲେଶ୍ୱରରେ ଥିବା ବାପଘରକୁ ଚାଲିଯାଇଛନ୍ତି । ଗତକାଲି ଡିସିପିଙ୍କ ଅଫିସକୁ ଯାଇ ଏନେଇ ଅଭିଯୋଗ କରିଛନ୍ତି । ଡିସିପି ଏହି ଘଟଣାର ତଦନ୍ତ ପାଇଁ ମହିଳା ଥାନାକୁ ନିର୍ଦ୍ଦେଶ ଦେଇଛନ୍ତି ।