ରାଜ୍ୟରେ ୨୪୭ କରୋନା ପଜିଟିଭ୍ ଚିହ୍ନଟ : ଖୋର୍ଦ୍ଧାରୁ ସର୍ବାଧିକ ୧୧୫ ଜଣ

ରାଜ୍ୟରେ ୨୪୭ କରୋନା ପଜିଟିଭ୍ ଚିହ୍ନଟ : ଖୋର୍ଦ୍ଧାରୁ ସର୍ବାଧିକ ୧୧୫ ଜଣ

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୪୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି ।  ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୨ ଜଣ, କଟକରୁ ୨୨ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୨ ଜଣ, ଜଗତସିଂହପୁରରୁ ୯ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, କେନ୍ଦୁଝରରୁ ୨ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୧୨ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୫ ହଜାର ୨୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୩ ହଜାର ୯୯୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୭୯୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe