ରାଜ୍ୟରେ ଚିନ୍ତା ବଢାଇଲା କରୋନା ସଂକ୍ରମଣ : ଆଜି ୧୨୦ ନୂଆ ପଜିଟିଭ, କ୍ୱାରେଂଟିନରେ ୭୧ ସ୍ଥାନୀୟ ସଂକ୍ରମିତ ୪୯

ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୭୧୯କୁ ବୃଦ୍ଧି

280

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୧ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୯ ଜଣ ସ୍ଥାନୀୟ ସଂକ୍ରମିତ । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୭୧୯ରେ ପହଞ୍ଚିଛି । ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୫ ହଜାର ୯୯୪ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୫୪ ଜଣ ଆକ୍ରାନ୍ତ । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଳ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୪ ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୨୬ ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୪ ଜଣ, ଜଗତ୍‌ସିଂହପୁରରୁ ଜଣେ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ଜଣେ, ‌ଖୋର୍ଦ୍ଧାରୁ ୧୪ ଜଣେ, ମୟୂରଭଞ୍ଜରୁ ୧୫ ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ଜଣେ, ପୁରୀରୁ ୩ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।