ରାଜ୍ୟରେ ପୁଣି ଉପରମୁହାଁ କରୋନା ସଂକ୍ରମଣ : ୨୪ ଘଂଟାରେ ୧୩୧୫ ଆକ୍ରାନ୍ତ ଚିହ୍ନଟ; ୬୬ ମୃତ୍ୟୁର ହିସାବ ଦେଲେ ସରକାର

1,212

କନକ ବ୍ୟୁରୋ : ରାଜ୍ୟରେ ପୁଣି ଉପରମୁହାଁ କରୋନା ସଂକ୍ରମଣ । ୨୪ ଘଂଟାରେ ୧୩୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୭୬୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୨ ଜଣ, ବାଲେଶ୍ୱରରୁ ୪୩ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪୯ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୪, କଟକରୁ ୧୯୮ ଜଣ, ଦେବଗଡ଼ରୁ  ୭ ଜଣ, ଢେଙ୍କାନାଳରୁ ୧୮ ଜଣ, ଗଜପତିରୁ ୫ଜଣ, ଗଞ୍ଜାମରୁ ୧୧ ଜଣ, ଜଗତସିଂହପୁରରୁ ୫୩ ଜଣ, ଯାଜପୁରରୁ ୮୯ଜଣ, କଳାହାଣ୍ଡିରୁ ୪ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨୮ ଜଣ, କେଉଁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୪୧୩ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୬୨ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୨୫ ଜଣ, ନୂଆପଡ଼ାରୁ ୬, ପୁରୀରୁ ୬୭ ଜଣ, ରାୟଗଡ଼ାରୁ ୧୨ ଜଣ, ସମ୍ୱଲପୁରରୁ ୨୩ ଜଣ, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟ ପୁଲରୁ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେହିପରି ୬୬ ମୃତ୍ୟୁର ହିସାବ ଦେଲେ ସରକାର । ସୂଚନା ଅନୁଯାୟୀ, ଏହି ୬୬ ମୃତକଙ୍କ ମଧ୍ୟରେ ପୁରୀରୁ ୯ଜଣ,  ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ଭୁବନେଶ୍ବରରୁ ୧୧ଜଣ, କଟକରୁ ୧୦ଜଣ, ମୟୂରଭଞ୍ଜରୁ ୬ଜଣ, ଅନୁଗୁଳରୁ ୫ଜଣ, ଝରସୁଗୁଡ଼ାରୁ ୩ଜଣ, ନୟାଗଡ଼ରୁ ୨ଜଣ, ଯାଜପୁରରୁ ୩ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀରରୁ ୨ଜଣ ମୃତକ ରହିଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୨, ୧୮୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୯, ୬୨, ୦୮୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୩, ୮୭୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।