ରାଜ୍ୟରେ କରୋନା ସଂକ୍ରମଣ ସ୍ଥିର : ୨୪ଘଂଟାରେ ୧୬୧୫ ନୂଆ ସଂକ୍ରମିତ ଚହ୍ନଟ; ଚିନ୍ତା ବଢାଉଛି ଖୋର୍ଦ୍ଧା ଓ କଟକ, ୬୫ମୃତ

277

କନକ ବ୍ୟୁରୋ : ୨୪ଘଂଟାର କରୋନା ମିଟର । ରାଜ୍ୟରେ ୨୪ଘଂଟା ଭିତରେ ୧୬୧୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୩୭ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୭୮ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୪୪୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ଅନୁଗୁଳରୁ ୭୨ ଜଣ, ବାଲେଶ୍ୱରରୁ ୯୮ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୬୦ ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୧୧, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୩୦ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୭ ଜଣ, ଜଗତସିଂହପୁରରୁ ୯୬ ଜଣ, ଯାଜପୁରରୁ ୭୦ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୪୦ ଜଣ, କେଉଁଝରରୁ ୧୫ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୪୮ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ରୁ ୪୨ ଜଣ, ନୂଆପଡ଼ାରୁ ୫, ପୁରୀରୁ ୧୨୩ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ୱଲପୁରରୁ ୧୬ ଜଣ, ସୋନପୁରରୁ ୯, ସୁନ୍ଦରଗଡ଼ରୁ ୩୦ ଓ ଷ୍ଟେଟ ପୁଲରୁ ୯୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ଲକ୍ଷ ୭୪ ହଜାର ୧୩୨କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୯ଲକ୍ଷ ୫୧ ହଜାର ୪୯ ଜଣ ସୁସ୍ଥ ହୋଇଛନ୍ତି । ୬୫ ମୃତ୍ୟୁର ହିସାବ ଦେଇଛନ୍ତି ରାଜ୍ୟ ସରକାର । ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୫ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଅଛନ୍ତି । ଏହାଛଡ଼ା  ବରଗଡ଼ ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ  କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନୁଗୁଳ, ପୁରୀ, ଗଞ୍ଜାମ, ବଲାଙ୍ଗୀର, କଟକ ଓ ଯାଜପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ଜଗତସିଂହପୁର, ଭଦ୍ରକ, ଗଜପତି, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ମୟୂରଭଞ୍ଜ, ନୟାଗଡ଼, ଢେଙ୍କାନାଳ, କେନ୍ଦୁଝର, କୋରାପୁଟ, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି ।