ରାଜ୍ୟରେ ତଳମୁହାଁ ସଂକ୍ରମଣ : ଗତ ୨୪ ଘଂଟାରେ ୧୬୪୮ ନୂଆ ମାମଲା ଚିହ୍ନଟ, କଟକରୁ ସର୍ବାଧିକ ୩୩୫, ୫୮ ମୃତ

202

କନକ ବ୍ୟୁରୋ : ଓଡ଼ିଶାରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଂଟାର ରିପୋର୍ଟ ଅନୁସାରେ ରାଜ୍ୟରେ ସଂକ୍ରମଣ ସଂଖ୍ୟା ୧୬୪୮କୁୁ ଖସିଛି । କ୍ୱାରେନଟିନ୍ ସେଂଟରୁ ୯୫୫ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଲୋକାଲ ସଂକ୍ରମଣ ସଂଖ୍ୟା ରହିଛି ୬୯୩ ।

କଟକ ଜିଲ୍ଲାରୁ ସର୍ବାଧିକ ୩୩୫ ଜଣ, ଅନୁଗୁଳରୁ ୮୯ଜଣ, ବାଲେଶ୍ୱରରୁ ୮୩ ଜଣ, ବରଗଡ଼ରୁ ୧୭ ଜଣ, ଭଦ୍ରକରୁ ୭୭ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୫ ଜଣ, କଟକରୁ ୩୩୫ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୫୪ ଜଣ, ଗଜପତିରୁ ୫ ଜଣ, ଗଞ୍ଜାମରୁ ୧୧ ଜଣ, ଜଗତସିଂହପୁରରୁ ୧୧୨ ଜଣ, ଯାଜପୁରରୁ ୧୧୩ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡିରୁ ୧୧ ଜଣ, କନ୍ଧମାଳରୁ ୧୫ ଜଣ, କେନ୍ଦ୍ରାପଡ଼ାରୁ ୫୦ ଜଣ, କେନ୍ଦୁଝରରୁ ୨୧ ଜଣ, ଖୋର୍ଦ୍ଧାରୁ ୨୩୦ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ୩୫ ଜଣ, ମୟୁରଭଞ୍ଜରୁ ୭୭ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ରୁ ୭୩ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୬୭ ଜଣ, ରାୟଗଡ଼ାରୁ ୨୧ ଜଣ, ସମ୍ୱଲପୁରରୁ ୨୪ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୩୩ ଓ ଷ୍ଟେଟ ପୁଲରୁ ୪୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସେହିପରି ୫୮ ମୃତ୍ୟୁର ହିସାବ ଦେଇଛନ୍ତି ରାଜ୍ୟ ସରକାର । ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୫୮ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ଅଛନ୍ତି। ଏହାଛଡ଼ା ବରଗଡ଼ରୁ ୭ ଜଣ, ଗଞ୍ଜାମରୁ ୫ ଜଣ, ବଲାଙ୍ଗୀରରୁ ୪, ପୁରୀ, ସମ୍ବଲପୁର ଓ କଟକ ଜିଲ୍ଲାରୁ ୩ ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଛଡ଼ା ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଂଟାରେ ୬୯ ହଜାର ୮୧୨ ନମୂନା ପରୀକ୍ଷା ହୋଇଥିବା ବେଳେ ପିଜିଟିଭ୍ ହାର ରହିଛି ୨ ଦଶମିକ ୩୬ ପ୍ରତିଶତ । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୫୫, ୯୪୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୩୦, ୪୧୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୦, ୩୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।