କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୧ ଜଣ, ବରଗଡ଼ରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୨୦ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ, ଗଜପତିରୁ ୭ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, ଖୋର୍ଦ୍ଧାରୁ ୯୯ ଜଣ, କୋରାପୁଟରୁ ୨ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୫ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୩ ଜଣ, ସମ୍ୱଲପୁରରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ ଓ ଷ୍ଟେଟ ପୁଲରୁ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୩ ହଜାର ୧୫୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୧ ହଜାର ୪୨୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩ ହଜାର ୩୧୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/11/13-9.jpg)