କେତେବେଳେ ବଢ଼ୁଛି, କେତେବେଳେ କମୁଛି କରୋନା ସଂକ୍ରମଣ : ୨୪ ଘଂଟାରେ ୩୪୦୮ ନୂଆ ଆକ୍ରାନ୍ତ ଚିହ୍ନଟ,୩୯ ମୃତ

127

କନକ ବ୍ୟୁରୋ : କେତେବେଳେ ବଢ଼ୁଛି, କେତେବେଳେ କମୁଛି କରୋନା ସଂକ୍ରମଣ । ୨୪ ଘଂଟାରେ ୩୪୦୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛି । ସଂଗରୋଧରୁ ୧୯୪୩ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୪୬୫ଜଣ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନୁଗୁଳରୁ ୯୩ ଜଣ, ବାଲେଶ୍ୱରରୁ ୨୫୧ ଜଣ, ବରଗଡ଼ରୁ ୨୪ ଜଣ, ଭଦ୍ରକରୁ ୧୬୯ ଜଣ, ବଲାଙ୍ଗୀରରୁ ୨୨ ଜଣ, ବୌଦ୍ଧରୁ ୨୮ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୭୩ ଜଣ, ଗଜପତିରୁ ୧୪ ଜଣ, ଗଞ୍ଜାମରୁ ୧୭ ଜଣ, ଜଗତସିଂହପୁରରୁ ୧୦୩ ଜଣ, ଯାଜପୁରରୁ ୨୫୮ ଜଣ, ଝାରସୁଗୁଡ଼ାରୁ ୧୯ ଜଣ, କଳାହାଣ୍ଡିରୁ ୧୫ ଜଣ, କନ୍ଧମାଳରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୧୧୦ ଜଣ, କେନ୍ଦୁଝରରୁ ୭୦ ଜଣ, କୋରାପୁଟରୁ ୭୬ ଜଣ, ମାଲକାନଗିରିରୁ ୭୩ ଜଣ, ମୟୁରଭଞ୍ଜରୁ ୧୫୮ ଜଣ, ନବରଙ୍ଗପୁରରୁ ୪୩ ଜଣ, ନୟାଗଡ଼ରୁ ୧୬୦ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୨୧୫ ଜଣ, ରାୟଗଡ଼ାରୁ ୭୭ ଜଣ, ସମ୍ୱଲପୁରରୁ ୨୮ ଜଣ, ସୋନପୁରରୁ ୧୬, ସୁନ୍ଦରଗଡ଼ରୁ ୩୭ ଓ ଷ୍ଟେଟ ପୁଲରୁ ୯୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୪୭୦ରହିଛି । ସେଥିରୁ ସୁସ୍ଥ ହୋଇଚନ୍ତି ୮ ଲକ୍ଷ ୩ ହଜାର ୮୨୪ଜଣ । ଏବେବି କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଚନ୍ତି ୩୨ ହଜାର ୭୦୬ଜଣ ।  ସେପଟେ ଗୋଟିଏ ଦିନରେ ୩୯ଜଣଙ୍କ ମୁଣ୍ଡ ନେଇଛି କରୋନା । ୬୮ ହଜାର ୩୩୫ ନମୁନା ପରୀକ୍ଷା ହୋଇଥିବା ବେଳେ  ପଜିଟିଭ ହାର ୪ ଦଶମିକ ୯୮ ପ୍ରତିଶତ ରହିଛି । ଜୁନ ମାସର ୨୭ ଦିନରେ ୧ ଲକ୍ଷ ୩୫ ହଜାର ୪୪୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧୩୩ ଜଣଙ୍କ ମୃତ୍ୟୁ ହୋଇଛି ।