ରାଜ୍ୟରେ ୪୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୧

100

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୭୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୧ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨ ଜଣ, ବାଲେଶ୍ୱରରୁ ୧୫ ଜଣ, ଭଦ୍ରକରୁ ୧୧ ଜଣ, କଟକରୁ ୪୦ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୩ ଜଣ, ଗଜପତିରୁ ୪ ଜଣ, ଜଗତସିଂହପୁରରୁ ୧୦ ଜଣ, ଯାଜପୁରରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୧ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୨୦ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୬ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୪ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୩ ଜଣ ଓ ଷ୍ଟେଟ ପୁଲରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୮ ହଜାର ୮୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୨୫ ହଜାର ୯୧୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪ ହଜାର ୫୫୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।