ରାଜ୍ୟରେ ୪୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୧

58

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୬୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୧୧ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୧୬ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୩୦ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୩୧ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, କେଉଁଝରରୁ ୧ ଜଣ, ମୟୁରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୨ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ ପୁଲରୁ ୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୧, ୨୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦,୦୭,୬୬୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୩୫୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।