ରାଜ୍ୟରେ ୫୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୩

68

କନକ ବ୍ୟୁରୋ : ଆଗକୁ ପୂଜା । ପୂଜା ପାଳିବା କିନ୍ତୁ ସତର୍କତାର ସହ । କାରଣ ଏବେ ବି ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ୫୦୦ ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୩୩ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ରୁ ୨ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୬୩ ଜଣ, ଦେବଗଡ଼ରୁ ୩ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୪ ଜଣ, ଖୋର୍ଦ୍ଧାରୁ ୨୩୩ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୨୯ ଜଣ, ମାଲକାନଗିରିରୁ ୨ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୧ ହଜାର ୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୧୭ ହଜାର ୭୧୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫ ହଜାର ୩୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।