ରାଜ୍ୟରେ ୨୪ ଘଣ୍ଟାରେ ୫୮୦ ପଜିଟିଭ୍ ଚିହ୍ନଟ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୧

78

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୧୭ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୭ ଜଣ, କଟକରୁ ୮୭ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୯ ଜଣ, ଜଗତସିଂହପୁରରୁ ୧୩ ଜଣ, ଯାଜପୁରରୁ ୨୯ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୬୧ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୭ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ୱଲପୁରରୁ ୬ ଜଣ,ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୮, ୨୯୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୦୪,୧୬୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫୯୬୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।