ରାଜ୍ୟରେ ୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩

81

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୯୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୧ ଜଣ, ବାଲେଶ୍ୱରରୁ ୨୧ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୫ ଜଣ, କଟକରୁ ୫୪ ଜଣ,  ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧୪ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୮ ଜଣ, ଯାଜପୁରରୁ ୨୪ ଜଣ, ଝାରସୁଗୁଡ଼ାରୁ ୨ ଜଣ, କନ୍ଧମାଳରୁ ୧ ଜଣ  କେନ୍ଦ୍ରାପଡ଼ାରୁ ୬ ଜଣ, କେଉଁଝରରୁ ୭ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୨୪ ଜଣ, ନୟାଗଡ଼ରୁ ୧ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୩ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ତେବେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୪୭୬କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରେ ୧୦ ଲକ୍ଷ ୧୨ ହଜାର ୫୮୩ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫ହଜାର ୬୪୨ ରହିଛି । ୨୪ ଘଂଟାରେ କରୋନାରେ ୬ଜଣଙ୍କ ମୃତ୍ୟୁ ହୋଇଛି ।