ରାଜ୍ୟର କରୋନା ମିଟର । ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ଚିହ୍ନଟ ?

188

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି ।  ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୮ ଜଣ ଆକ୍ରାନ୍ତଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୩ ଜଣ, ବାଲେଶ୍ୱରରୁ ୩୧ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୧୮ ଜଣ, କଟକରୁ ୧୧୩ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୮ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୨୨ ଜଣ, ଯାଜପୁରରୁ ୩୧ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୧୩ ଜଣ, କେଉଁଝରରୁ ୮ ଜଣ,  ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୧୬ ଜଣ, ସୋନପୁରରୁ ୨ ଜଣ,  ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର । ସୂଚନା ଅନୁଯାୟୀ, ଏହି ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ସଂକ୍ରମିତ ଅଛନ୍ତି। ଏହାଛଡ଼ା ପୁରୀ ଓ ଗଞ୍ଜାମ ଜିଲ୍ଲାରୁ ଦୁଇ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି । ଏହାଛଡ଼ା ବାଲେଶ୍ବର ଜିଲ୍ଲାରୁ ଜଣେ ମୃତକ ରହିଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୨ ହଜାର ୧୬୭କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୯ଲକ୍ଷ ୯୭ ହଜାର ୬୩ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ୬ହଜାର ୯୯୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।