କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୯୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୯ ଜଣ ଆକ୍ରାନ୍ତ ଚିହ୍ନଟ କରାଯାଇଛି ।

Advertisment

ସେହିପରି ଅନୁଗୁଳରୁ ୧୮ ଜଣ, ବାଲେଶ୍ୱରରୁ୨୧ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୯ ଜଣ, ବୌଦ୍ଧରୁ ୯ ଜଣ, କଟକରୁ ୭୧ ଜଣ, ଦେବଗଡ଼ରୁ ୧୦ ଜଣ, ଢେଙ୍କାନାଳରୁ ୨୩ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୦ ଜଣ, ଯାଜପୁରରୁ ୩୬ ଜଣ, ଝାରସୁଗୁଡ଼ାରୁ ୩ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୧୯ ଜଣ, କେଉଁଝରରୁ ୫ ଜଣ,  କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୨୬ ଜଣ, ନୟାଗଡ଼ରୁ ୧୧ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ୱଲପୁରରୁ ୧୬ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଆଜି ପୁଣି ୭୬ ମୃତ୍ୟୁର ହିସାବ ଦେଇଛନ୍ତି ସରକାର । ସୂଚନା ଅନୁଯାୟୀ, ଏହି ୬୭ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଥିବା ବେଳେ ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୯ ଜଣ ଲେଖାଏଁ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ ପ୍ରାଣ ହରାଇଛନ୍ତି । ଏଣେ ଯାଜପୁରୁ ୪ ଜଣ ମୃତ୍ୟୁବରଣ କରିଥବା ବେଳେ ମୟୂରଭଞ୍ଜ କେନ୍ଦୁଝର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି । ଅପରପକ୍ଷରେ ଢେଙ୍କାନାଳ, ପୁରୀ, ବାଲେଶ୍ବର ଏବଂ ଭଦ୍ରକ ଜିଲ୍ଲାରୁ ୨ ଜଣ ଲେଖାଏଁ ଓ କଳାହାଣ୍ଡି ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି ।

୨୪ଘଂଟା ଭିତରେ ୬୪ହଜାର ୯୯୧ ନମୂନା ପରୀକ୍ଷା ହୋଇଛି । ଏକ ପ୍ରତିଶତ ତଳକୁ ରହିଛି ଟିପିଆର ରେଟ । ପଜିଟିଭ ହାର ରହିଛି ଶୂନ ଦଶମିକ ୯୩ ପ୍ରତିଶତ । ତେବେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭ହଜାର ୧୧୨କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୯ଲକ୍ଷ ୯୧ ହଜାର ୬୩୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭ହଜାର ୫୨୮ରହିଛି ।